ଭବାନୀପାଟଣା:ତା:୩୦/୦୧ ଅହିଂସା ର ପୂଜାରୀ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଙ୍କ ମହାପ୍ରୟାଣ ଦିବସ କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧିଜୀଙ୍କ ଫଟୋ ଚିତ୍ରରେ ପୂଜ୍ୟ ପୂଜା ପୂର୍ବକ ମାଲ୍ୟାର୍ପଣ କରାଯାଇ ଦୁଇ ମିନିଟ୍ ପାଇଁ ନୀରବ ପାର୍ଥନା କରାଯାଇଥିଲା। ଏଥିରେ ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ଗାନ୍ଧିଜୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲ୍ଲାପାଳ ବଇତୁର ଦୀପ, ଉପ ଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର ମୋହନ ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଡି ଆର୍ ସି ଏସ୍, ପ୍ରମୋଦ କୁମାର ସାହୁଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଡେପୁଟି ଜିଲ୍ଲାପାଳ, ସହକାରୀ ଜିଲ୍ଲାପାଳ, ବିଭାଗୀୟ ଅଧିକାରୀ, କର୍ମଚାରୀ, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ଥିଲେ। ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ)ଶ୍ରୀ ଦରୱାନ ପରିଚାଳନା କରିଥିଲେ।