ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ
ଭବାନୀପାଟଣା: ତା ୨୩/୨ କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଦିଲୀପ କୁମାର ମହାରଣା, ଡେପୁଟି କଲେକ୍ଟର ପବିତ୍ର କୁମାର ସାମଲ, ଉପ ନିର୍ଦ୍ଦେଶକ ପ୍ଲାନିଂ ଶ୍ରୀକାନ୍ତ ଦଳାଇ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂହ ରାଉତ, ନିର୍ବାହୀ ଅଧିକାରୀ ପୌରପାଳିକା ସତ୍ୟ ସମ୍ପର୍ଣ୍ଣl ରାଉତ, ସହକାରୀ ଜିଲ୍ଳାପାଳ ଶରତ କୁମାର ସାହୁ, ସୁଶାନ୍ତ କୁମାର ନାୟକ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ନେତାଜୀଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରି ତାଙ୍କର ଆଦର୍ଶ ଜୀବନୀ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ନିଆଲ ପରିଚାଳନା କରିଥିଲା ବେଳେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।