
କେସିଙ୍ଗା – ୨୧/୬ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଖେଳ ଭବନ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୫ ଏନଏସି ତରଫରୁ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ୬ଟାରୁ ନାମ ପଞ୍ଜିକରଣ କରାଯିବା ପରେ ୭ଟାରୁ ୮ଟା ଯାଏ ଯୋଗାଭ୍ୟାସ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଏନଏସି ନଗରପାଳ ନୣପରାଜ ଯାଦବ, ନିର୍ବାହୀ ଅଧିକାରୀ ଦୁଷ୍ମନ୍ତ ଆଚାର୍ଯ୍ୟ, କନିଷ୍ଠ ଯନ୍ତ୍ରୀ ନିରଞ୍ଜନ ମହାରଣାଙ୍କ ସମେତ ସମସ୍ତ କର୍ମଚାରୀ ଓ ସହରର ଶତାଧିକ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଅଂଶ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଶ୍ରୀନିବାସ ପଟ୍ଟନାୟକ ଓ ନୣସିଂହ ଚରଣ ବେହେରା ପ୍ରମୁଖ ପରିଚାଳନା କରିଥିଲେ।